ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା
ଡେଲାଙ୍ଗ----- ଡେଲାଙ୍ଗ ବ୍ଳକର ମାଛପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୦ତମ ସାଧାରଣତନ୍ତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ଚାତୀୟ ପତକା ଉତ୍ତୋଳନ କରାଯାଇଥିଲା ।ପରେ ପରେ ରୟାଲ ଡେଲାଙ୍ଗ ୨୨୨ପକ୍ଷରୁ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ କୁଇଜ ପ୍ରତିଯୋଗିତା କରାଯାଇଥିଲା । ଅନୁଷ୍ଠାନର ସଭାପତି ସମୟ ରଞ୍ଜନ ବିଶ୍ୱାଳ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଉପସ୍ଥିତିରେ ପୁଇଜ ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା । ସୁକାନ୍ତ ଜେନା, ଆଶିଷ ରଞ୍ଜନ ସ୍ୱାଇଁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି