ରାୟଚକ୍ରଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ
ସାକ୍ଷୀଗୋପାଳ -- ରାୟଚକ୍ରଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଗ୍ରାମ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଙ୍ଗବଲ୍ଲଭ ମିଶ୍ର କ୍ରୀଡା ଉତ୍ସବକୁ ଉଦ୍ଘାଟନ କରିଥିଲେ । ତିନିଦିନ ଧରି କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦୌଡ, ଡିଆଁ, କୁଦ, ମ୍ୟୁଜିକଚେୟାର ଆଦି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ହୋଇଥିଲା । ବିଦ୍ୟାଳୟର କ୍ରୀଡା ଶିକ୍ଷୟତ୍ରୀ ମୌସୁମି ଦାସ ପରିଚାଳନା କରିଥିବା ବେଳେ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି