ପେଣ୍ଠପଡା ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମରେ ମହିଳା ଗୋଷ୍ଠୀଙ୍କୁ ମିଳିଲା ପ୍ରମାଣପତ୍ର
ସାକ୍ଷୀଗୋପାଳ ---- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ପେଣ୍ଠପଡା ଗ୍ରାମ ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ମହିଳା ପୁରଷ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କେ ଆଲେକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ ବାସନ୍ତୀ ବେହେରା, ସମିତିସଭ୍ୟା ଗୀତାରାଣି ଭୋଇ, ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା , ପୂର୍ବତନ ସରପଞ୍ଚ ଦେବେନ୍ଦ୍ର ମହାପାତ୍ର, ବିଧାୟକଙ୍କ ପ୍ରତିନିଧି ସୁନିଲ କୁମାର ପଣ୍ଡା, ଉପେନ୍ଦ୍ର ବିଶ୍ୱାଳ, ସିଡିପିଓଙ୍କ କାର୍ଯ୍ୟାଳୟରୁ ସୁପରଭାଇଜର ମିତା ନାଗ ପ୍ରମୁଖ ଉପସ୍ଥିତ ରହିଥିଲେ । ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିବା ସହିତ , ୱାର୍ଡ ସଭ୍ୟସଭ୍ୟା , ଅଙ୍ଗନୱାଡି କର୍ମୀ, ମହିଳା ସଂଗଠନ ପ୍ରମୁଖ ଉପସ୍ଥିତ ରହି ପିଠା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ । ସରପଞ୍ଚଙ୍କ ପ୍ରତିନିଧି ନିରୁ ବେହେରା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
ସାକ୍ଷୀଗୋପାଳ ଧୀରେନ୍ଦ୍ର ସେନାପତି
ସାକ୍ଷୀଗୋପାଳ ଧୀରେନ୍ଦ୍ର ସେନାପତି