ପାଣିରେ ବୁଡି ଯୁବକଙ୍କର ମୃତ୍ୟୁ
ଡେଲାଙ୍ଗ--- ଡେଲାଙ୍ଗ ଥାନା ଅନ୍ତର୍ଗତ ହରିରାଜପୁର ଫାଣ୍ଡି ଅଞ୍ଚଳର ସଂଜୟ ବେହେରା ( ୨୭) ଘର ପାଖ କେନାଲରେ ଗାଧେଇବା ସମୟରେ ଗୋଡ ଖସି ଯିବାରୁ ସେ ପାଣିରେ ବୁଡି ଯାଇଥିଲେ । ତାଙ୍କୁ ପାଖ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ରାଜିବ ବେହେରା ହରିରାଜପୁର ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ । ଡେଲାଙ୍ଗ ଥାନା ଆଇଆଇସି ଅଶିତ ରଂଜନ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ୧/୧୯ ଏକ ଅପମୃତ୍ୟୁ କେସରୁଜ କରାଯାଇ ଶବ ବ୍ୟବଛେଦ ନିମନ୍ତେ ପୁରୀ ପଠାଯାଇଥିବା ହରିରାଜପୁର ଫାଣ୍ଡି ଅଧିକାରୀ ପ୍ରକାଶ ମଲିକଙ୍କ ଠାରୁ ପ୍ରକାଶ ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି