Breaking News

ପୁରୀ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଘରଭଙ୍ଗା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର: ଅତି ପ୍ରଳୟଙ୍କରୀ ବାତ୍ୟା ‘ଫନି’ରେ ଘରଭଙ୍ଗା ସହାୟତା ପାଇବାରୁ ବଞ୍ଚିତ ହୋଇଥିବା ଲୋକଙ୍କୁ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ସ୍ୱତନ୍ତ୍ର ସହାୟତା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର ହୋଇଛି। ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ୭ ହଜାର ୪୦୦ ପରିବାର ପାଇଁ ଘର ପିଛା ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ସେହିପରି ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ୬୦୦ ପରିବାର ପାଇଁ ଘର ପିଛା ୩ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
ଧୀରେନ୍ଦ୍ର ସେନାପତି

Blog Archive

Popular Posts