୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା
ଭୁବନେଶ୍ବର----ରାଜ୍ୟର ୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ଯାଜପୁର ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଧୀରେନ୍ଦ୍ର ସେନାପତି