ଖେଲଉର ଗ୍ରାମରେ ଦୁଇ ବଖରା ଘର ଜଳିଗଲା
ଡେଲାଙ୍ଗ--- ଡେଲାଙ୍ଗ ବ୍ଳକର ଖେଲଉର ଗ୍ରାମର ପଦ୍ମଲାଭ ସ୍ୱାଇଁଙ୍କର ଦୁଇ ବଖରା ଘର ପୋଡି ଯାଇଛି । ଅପରାହ୍ନ ୨ଟା ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଖବର ପାଇ ଡେଲାଙ୍ଗ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ତହସିଲଦାର ରାଜେନ୍ଦ୍ର ଆଚାରୀଆ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ପ୍ରାଥମିକ କ୍ଷୟକ୍ଷତିର ଆକଳନ କରିଥିବା ଜଣାପଡିଛି । ବିଶେଷ ସୁତ୍ରରୁ ପ୍ରକାଶ ଯେ ଏହି ଅଗ୍ନିକାଣ୍ଡରେ ପ୍ରାୟ ୫୦ ହଜାର ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି