Breaking News

ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ : ୨୪ଘଣ୍ଟା ଭିତରେ ଲଘୁଚାପ , ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା



ଭୁବନେଶ୍ବର :  ଭୁବନେଶ୍ବର ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି ଅଗଷ୍ଟ ୧୮ ଓ ୧୯ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯାଇଛି  ।  ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଯାହା ପ୍ରଭାବରେ ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ହେଲେ ଅଧିକାଂଶ ସ୍ଥାନରେ ରବିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।   

 ଧୀରେନ୍ଦ୍ର ସେନାପତି

Blog Archive

Popular Posts