ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମ ଦିନରେ ସେବା କାର୍ଯ୍ୟକ୍ରମ
ପିପିଲି------ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମ ଦିନରେ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପିପିଲି -ଡେଲାଙ୍ଗ, ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ ମହାରଥୀ ଙ୍କ ନେତୃତ୍ୱରେ ବିଜୁ ମହିଳା ଜନତାଦଳ ପକ୍ଷରୁ ପିପିଲି ଓ ମଙ୍ଗଳପୁର ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀ ମାନଙ୍କୁ ଫଳ ଓ ବ୍ରେଡ଼ ବଣ୍ଟନ କରା ଯାଇଛି। ଏଥିରେ ମହିଳା ସଭାନେତ୍ରୀ ଜ୍ୟୋସ୍ନାରାଣୀ ପୃଷ୍ଟିଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅନେକ ମହିଳା କର୍ମୀ ସାମିଲ ହେବା ସହ ନବୀନଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଥିଲେ।