ବ୍ଲକ ସ୍ତରୀୟ ସୁରଭି ଶିଶୁ ମହୋତ୍ସବ ଉଦଯାପିତ
![]() |
Baragarh |
। ବ୍ଲକର ୧୪ ଟି କ୍ଲଷ୍ଟର ରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମ ରେ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀ ମାନେ ଏଥିରେ ଅଂଶଗ୍ରହଣ କରିଥିଲେ । କୁଇଜ, ପ୍ରବନ୍ଦ,ତର୍କ,ବକୃତା, ଚିତ୍ରାଙ୍କନ,ଗୀତ,ସାଂସ୍କୃତିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସଙ୍ଗୀତ ଓ ମଧ୍ୟାହ୍ନ ଭୋଜନକୁ ନେଇ ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ ବୋଲି ବ୍ଲକ ଶିକ୍ଷା ଅଧିକାରୀ ରାଜରାମ ମେହେରଙ୍କ ଠାରୁ ସୁଚନା ମିଳିଛି ।
ଏହି ଅବସରରେ ୧୪ଟି କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ମାନେ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ । ମହୋତ୍ସବର ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତାବିରା ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରଣବ କୁମାର ଚାନ୍ଦ ଯୋଗଦେଇ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ସମସ୍ତ ସିିିଆରସିିିିସିି ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।