ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ବରଗଡ଼----- ବରଗଡ଼ ଜିଲ୍ଲା ଅତାବିରା ଅନ୍ତର୍ଗତ ଗରିଆଟିକ୍ରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଵାଲା ପଧାନ ଉଦଘାଟନ କରିଥିଲେ । ବିଚାରକ ଭାବରେ ସ୍ଥାନୀୟ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଟୁନା କର୍ଣ୍ଣ ଓ ପତ୍ରାପାଲି ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ବବଳୀ ରାଣୀ ଛାତ୍ରଛାତ୍ରୀ ଆଣିଥିବା ପ୍ରକଳ୍ପ ଗୁଡ଼ିକ ମୂଲ୍ୟାୟନ କରିଥିଲେ । ଏଥିରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ୪୫ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସ୍ଥାନୀୟ ହାଇସ୍କୁଲର ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ଶିଶୁ ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଦିନେଶ କୁମାର ମହାକୁଡ଼ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ। ସମସ୍ତ ଶିକ୍ଷକ ପୂର୍ଣ ପ୍ରାଣ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା। ଅଭିଭାବକ ଓ ଅଭିଭାବିକା ମାନେ ମଧ୍ୟ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ।ପରିଶେଷରେ ପ୍ରଧାନ ଶିକ୍ଷକ ମଧୁସୂଦନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।