Breaking News

ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ସୁବାଷ ଚନ୍ଦ୍ର ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଡେଲାଙ୍ଗ --- ଡେଲାଙ୍ଗ ବ୍ଳକର ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରତର ଦୁଇଜଣ ସ୍ୱାଧୀନତା ସଂଗ୍ରାମୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି ।ବିଦ୍ୟାଳୟ ପରିସରରେ ଥିବା ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ପରେ ଦୁଇ ସ୍ୱାଧୀନତା ସଂଗ୍ରାମୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।  ଏହି ଅବସରରେ  ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ ଅଧ୍ୟକ୍ଷତା କରିଥିଲେ ।  ବିଦ୍ୟାଳୟର ଛାତଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୁତା ପ୍ରତିଯୋଗିତା କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ମହାପୁରୁଷଙ୍କ  ଜୀବନାଦର୍ଶନରେ ଅନୁପ୍ରାଣିତ ହୋଇ ଦେଶ ସେବା କରିବା ପାଇଁ କହିଥିଲେ । ଶିକ୍ଷକ ମିଟୁ କିଶୋର ପ୍ରଧାନ ପ୍ଳାଷ୍ଟିକ ବର୍ଜନ କରିବା ସହ ପରିବେଷକୁ ସ୍ଥସ୍ଥ ରଖିବା ପାଇଁ ଗଛଟିଏ ଲଗାଇବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ ।   ଆଜି ମଧ୍ୟ ହସ୍ତାକ୍ଷର ଦିବସ ଅବସରରେ ଉକ୍ତ ବିଦ୍ୟାଳୟରେ ସୁନ୍ଦର ହସ୍ତାକ୍ଷର ପ୍ରତିଯୋଗିତା କରାଯାଇଥିଲା ।  ପ୍ରତିଯୋଗିତାରେ ସଫଳତା ଲାଭ କରିଥିବା  ଛାତ୍ର ଛାତ୍ରୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା । ଶିକ୍ଷକ ପର୍ଶୁରାମ ସାହୁ, ବିରଞ୍ଚିନାରାୟଣ ବରାଳ, ସୁଧୀର  କୁମାର ଜେନା, ପୁରୁଷୋତ୍ତମ ନାୟକ ଓ ଶିକ୍ଷୟତ୍ରୀ ମଞ୍ଜୁଲତା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପିଲାମାନଙ୍କୁ ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ସେହିପରି ଗତେଶ୍ୱର ଦେବ ନୋଡାଲ , ଡେଲାଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକରେ ଦୁଇ ସ୍ୱାଧୀନତା ସଂଗ୍ରାମୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି 

Blog Archive

Popular Posts