Breaking News

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ


ଡେଲାଙ୍ଗ ----  ଶିକ୍ଷା ବିଭାଗ ସମିତି ଆନୁକୂଲ୍ୟରେ ଡେଲାଙ୍ଗ ସରସ୍ୱତୀ ଶିଶୁ  ବିଦ୍ୟା ମନ୍ଦିର ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଡଃ ବସନ୍ତ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବୈଜ୍ଞାନିକ ସି,ଭି. ରମଣଙ୍କ ଜୀବନୀ ଉପରେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନବ କିଶୋର ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ବର୍ଗ ଅନୁସାରେ ବିଭକ୍ତ କରାଯାଇ ପ୍ରତିଯୋଗିତା କରାଯାଇଥିଲା । ଶେଷରେ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ଗୁରୁମା ଗୁରୁଜୀ ମାନେ ଉପସ୍ଥିତ ରହିଥିଲେ ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

Blog Archive

Popular Posts