ମହାବିଦ୍ୟାଳୟ ପକ୍ଷରୁ ୧ଲକ୍ଷ ୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ପ୍ରଦାନ
ସାକ୍ଷୀଗୋପାଳ--- ସାକ୍ଷୀଗୋପାଳ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟର କର୍ମଚାରୀ ମାନେ ମିଳିତ ହୋଇ ସେମାନଙ୍କ ଦରମାରୁ ୧ ଲକ୍ଷ ୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ପ୍ରଦାନ କରିଥିବା ଜଣାପଡିଛି । ଏହି ଚେକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଉପସ୍ଥିତିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ନିହାର ରଞ୍ଜନ ଦାଶ, ବଡବାବୁ ରାଜ କିଶୋର ପତି ଚେକ ପ୍ରଦାନ କରିଥିବାର ଜଣାପଡିଛି ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତ