ଡ଼,ହରେକୃଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଭୁବନେଶ୍ୱର ଭୁବନେଶ୍ୱର ର ଲୋୟର ପିଏମଜି ଠାରେ ଶନିବାର ନବ ଉତ୍କଳ ର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ୧୨୧ ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ,ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ,କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରଥମେ ପାରମ୍ପରିକ ପାଇକ ଆଖଡା ନୃତ୍ୟ ଦେଖିବାକୁ ମିଳିଥିଲା । ଅତିଥି ମାନେ ଡ୍, ହରେକୃଷ୍ଣ ମହତାବଙ୍କ ଜୀବନୀ ,ତ୍ୟାଗ ଓ ଜନ ହିତ କର କାର୍ଯ୍ୟ ଉପରେ ବକ୍ତବ୍ୟ ରଖିଥିଲେ ।ପରେ ପରେ ବହୁ ବିଶିଷ୍ଠ ବ୍ୟକ୍ତିଙ୍କୁ ଡ୍ର,ହରେକୃଷ୍ଣ ମହତାବ ସମ୍ମାନ ପ୍ରଦାନ କରାଯାଇଥିଲା । ଧୀରେନ୍ଦ୍ର ସେନାପତି ,୨୧/୧୧/୨୦ ,୫.୦୨