ବରକେରା ବିଦ୍ୟାଳୟରେ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ
ଡେଲାଙ୍ଗ -----ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାତ୍ମାଗାନ୍ଧୀଙ୍କ ୭୩ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପୁରାତନ ଛାତ୍ର ମାନଙ୍କ ଦ୍ୱାରା ଗ୍ରାମ ସଫେଇ କରାଯାଇଥିଲା । ବିଦ୍ୟାଳୟ ପରିସରରେ ଥିବା ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରାଯିବା ପରେ ଗାନ୍ଧୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିକ୍ଷକ ମିଟୁ କିଶୋର ପ୍ରଧାନ, ପର୍ଶୁରାମ ସାହୁ, ବିରଞ୍ଚି ନାରାୟଣ ବରାଳ , ଶିକ୍ଷୟତ୍ରୀ ମଞ୍ଜୁଲତା ପ୍ରଧାନ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁବାଷ ମାହୁନ୍ତ ଯୋଗ ଦେଇଥିଲେ ୠାନ୍ଧୀଙ୍କ ନୀତି ଓ ଆଦର୍ଶକୁ ପାଥେୟ କରି ଚାଲିବା ପାଇଁ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି ଦିବସକୁ ମନେ ରଖିବା ପାଇଁ ବିଦ୍ୟାଳୟ ପରିସରରେ ଏକ ବୃକ୍ଷ ରୋପଣ କରାଯାଇଥିଲା । ଶେଷରେ ଶିକ୍ଷକ ସୁଧୀର କୁମାର ଜେନା ଧନ୍ୟବାଦ ଦେଇଥିଲେ ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୩୦/୧/୨୦୨୧---.୩୦