ଡେଲାଙ୍ଗରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୯କୁ ଛୁଇଁଲା
ଡେଲାଙ୍ଗ ( ଅମୃତ ମିଡିଆ) ଡେଲାଙ୍ଗ ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ଦିନ ୧୧ ଜଣ ପଜେଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୯ରେ ପହଞ୍ଚିଥିବା ନେଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୁଚନା ମିଳିଛି । ସେଥିମଧ୍ୟରୁ ୨୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୦୩ ଜଣ ହୋମ କ୍ୱାରାଣ୍ଟାଇନି ଓ ବିଭିନ୍ନ ହସ୍ପିଟାଲରେ ରହି ଚିକିତ୍ସା ହେଉଥିବା ନେଇ ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ରର ବିପିଏମ୍ ଦିଲ୍ଲିପ କୁମାର ପରିଡା ସୁଚନା ଦେଇଛନ୍ତି ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୧୯/୫/୨୦୨୧----୯,୧୫, Sakhigopal News