ଗୋପବନ୍ଧୁ ଦାସଙ୍କ ୯୩ତମ ଶ୍ରାଦ୍ଧବାର୍ଷିକୀ ପାଳିତ
ଡେଲାଙ୍ଗ ------ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ମୁନିନ୍ଦା ପଞ୍ଚାୟତର ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୩ତମ ଶ୍ରାଦ୍ଧବାର୍ଷିକୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଥବା ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । କୋଭିଡ୍ ନିୟମ ଅନୁସାରେ ସାମାଜିକ ଦୂରତା ରକ୍ଷା କରି ଅଳ୍ପ ସଂଖ୍ୟାରେ ଗୋପବନ୍ଧୁ ପ୍ରେମୀ ଏକାଠି ହୋଇ ଗୋପବନ୍ଧୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ ସେଠୀ ଅନୁଷ୍ଠିତ ସଭାରେ ସଭାପତିତ୍ୱ କରିଥିଲେ । ଶିକ୍ଷକ ମିଟୁ କିଶୋର ପ୍ରଧାନ,ଶିକ୍ଷୟତ୍ରୀ ମଞ୍ଜୁଲତା ପ୍ରଧାନ ,ଶ୍ରେଣି ଶିକ୍ଷକ ସୁଧୀର କୁମାର ଜେନା,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁବାଷ ଚନ୍ଦ୍ର ମାହୁନ୍ତଙ୍କ ସହିତ ପୁରାତନ ଛାତ୍ର ଉପସ୍ଥିତ ରହି ଗୋପବନ୍ଧୁଙ୍କ ଜୀବନୀ ଉପରେ ଆଲୋକପାତ କରିବା ସହ ତାଙ୍କ ନୀତି ଆର୍ଦଶରେ ଅନୁପ୍ରାଣିତ ହୋଇ ଚଳିବା ପାଇଁ ବକ୍ତାମାନେ କହିଥିଲେ । ଶେଷରେ ସୁଧୀର କୁମାର ଜେନା ଧନ୍ୟବାଦ ଦେଇଥିଲେ ।ବିଦ୍ୟାଳୟ ପ୍ରାଙ୍ଗଣରେ ସ୍ମାରକୀ ସୂରପ ଏକ ବୃକ୍ଷ ରୋପଣ କରାଯାଇଥିଲା । ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୧୭/୬/୨୦୨୧----୯,୩୫ Sakhigopal News, 17/6/2021