ବରକେରା ବିଦ୍ୟାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ
ଡେଲାଙ୍ଗ ------ ପୁରୀଜିଲ୍ଲା ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ବରକେରା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ ଗାଇଡି ଲାଇନି ଅନୁଯାୟୀ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ଆଲେଚନାଚକ୍ରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ ଅଧ୍ୟକ୍ଷତା କରିଥିଲେ । ପରିବେଶ କର୍ମୀ ତଥା ଶିକ୍ଷକ ମିଟୁ କିଶୋର ପ୍ରଧାନ ବିଦ୍ୟାଳୟ ପରିସରରେ ଦିବସକୁ ମନେ ରଖିବା ପାଇଁ ଶିଶୁ ଚାରା ରୋପଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷୟତ୍ରୀ ମଞ୍ଜୁଲତା ପ୍ରଧାନ ଯୋଗଦେଇ ବିଶ୍ୱ ତାପନରୁ ରକ୍ଷା ପାଇବାକୁ ହେଲେ ପ୍ରତ୍ୟେକ ବ୍ୟକ୍ତି ଗୋଟିଏ ଗୋଟିଏ ଗଛ ଲଗାଇବା ଆବଶ୍ୟକତା ହୋଇପଡିଛି ବୋଲି କହିଥିଲେ । ଫଟୋନଂ ୨୫୮୩ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୫/୬/୨୦୨୧---୧୦,୦0, Sakhigopal News, 5/6/2021