ବରକୋରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ଡେଲାଙ୍ଗ----- ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ଵାରା ବିଦ୍ୟାଳୟ ପ୍ରାଙ୍ଗଣ ସଫେଇ କରାଯାଇଥିଲା। ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।
ପରେ ପରେ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଜିଙ୍କ ଫଟୋଚିତ୍ରରେ ଧୂପ ଏବଂ ମାଲ୍ୟାର୍ପଣ କରାଯାଇ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ ସଭାପତିତ୍ବ କରିଥିଲେ। ଶିକ୍ଷକ ମିଟୁ କିଶୋର ପ୍ରଧାନ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ପର୍ଶୁରାମ ସାହୁ, ବିରଞ୍ଚି ନାରାୟଣ ବରାଳ,ସୁଧିର କୁମାର ଜେନା, ପୁରୁଷୋତ୍ତମ ନାୟକ ଓ ପରିଚାଳନା କମିଟିର ସଭାପତି ସୁବାସ ଚନ୍ଦ୍ର ମାହୁନ୍ତ ଯୋଗଦେଇଥିଲେ। ବକ୍ତାମାନେ ଦୁଇ ମହାପୁରୁଷଙ୍କ ପଥ ଅନୁସରଣ କରି କାର୍ଯ୍ୟ କରିବା ପାଇଁ ପରିମର୍ଶ ଦେଇଥିଲେ।ସର୍ବ ଶେଷରେ ସୁଧିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ପରିବେଶ ପ୍ରେମି ମିଟୁ କିଶୋର ପ୍ରଧାନଙ୍କ ଦ୍ଵାରା ବାଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା।
ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତିଙ୍କ ରିପୋର୍ଟ,୩/୧୦/୨୦୨୧----୬,୦୦
Sakhigopal News,3/10/2021