ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଚଳାଚଳ
ଜଟଣୀ --ପୂର୍ବତଟ ରେଳବାଇ ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ପୂର୍ବ ତଟ ରେଳପଥ ଆହୁରି ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ଅନୁମତି ମିଳିଛି । ମାସିକ ସିଜିନ ଟିକେଟ୍ (ଏମଏସଟି) / ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛନ୍ତି | ଏହି ଟ୍ରେନ୍ ଗୁଡିକ ହେଉଛି ...08431/08432 ପୁରୀ-କଟକ-ପୁରୀ ବିଶେଷ ଟ୍ରେନ ,08412/08411 ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ,08461/08462 କଟକ-ପାରାଦୀପ-କଟକ ବିଶେଷ ଟ୍ରେନ ,
08454/08453 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ ରହିଛି । ସେହିପରି 08404/08403 ପୁରୀ-ଖୋର୍ଦ୍ଧା ରୋଡ଼-ପୁରୀ ,68050/68049 ଭଦ୍ରକ-ଖଡଗପୁର-ଭଦ୍ରକ ଟ୍ରେନ,08004/08003 ଭଦ୍ରକ-ହାଓଡ଼ା-ଭଦ୍ରକ ବିଶେଷ ଟ୍ରେନ ରହିଛି ।
ଉପରୋକ୍ତ ୧୩ ଟି ବିଶେଷ ଟ୍ରେନ ଗୁଡିକ ବ୍ୟତୀତ ଯାତ୍ରୀ ମାନେ ଚଳାଚଳ କରୁଥିବା ଅନ୍ୟ ବିଶେଷ ଟ୍ରେନ ମାନଙ୍କରେ ସିଜିନ ଟିକେଟ୍ (ଏମଏସଟି) / ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଯାତ୍ରା କରିବାକୁ ରେଳ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ |
ଜଟଣୀ --ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୧୮/୧୦/୨୦୨୧---_୮,୦୫
Sakhigopal News,18/10/2021