ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନୂତନ ଡ୍ରେସ ବଣ୍ଟନ
ସାକ୍ଷୀଗୋପାଳ---- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ବଳପୁର ନୋଡାଲ ହାଇସ୍କୁଲରେ ଛାତ୍ରଛାତ୍ରୀ ମାନଙ୍କୁ ନୂତନ ପୋଷାକ ଓ ଜୋତା ବଣ୍ଟନ କରାଯାଇଛି । ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଅନୁପମା ବାରିକ, ସ୍ଥାନୀୟ ସରପଞ୍ଚ ତ୍ରିନାଥ ମହାପାତ୍ର ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ନୂତନ ପୋଷାକ ବଣ୍ଟନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରହଲ୍ଳାଦ ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୬/୧୦/୨୦୨୧---୮,୦୦
Sakhigopal News, 26//10/2021