>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଭେଡେନ ବ୍ଲକ ରେମଣ୍ଡା ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ ଉତ୍ସବ

     Odisha Communism Development Mahakranti Parishad Awareness Roundtable.
    ବରଗଡ଼---  ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁସିଲ କୁମାର ଭୂଏ ସଭାପତିତ୍ବ କରିଥିଲେ। ଏହି ଅବସରରେ ରେମଣ୍ଡା ପଞ୍ଚାୟତର ବିଜେଡି ସଭାପତି ଶୁକଦେବ ଶତପଥୀ ମଞ୍ଚ ପରିଚାଳନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ବିଜୁଜନତା ଦଳର ମହିଳା ସଭାନେତ୍ରୀ ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଯୋଗ ଦେଇ ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ କାର୍ଡ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରି ସ୍ମାର୍ଟ କାର୍ଡ ବଣ୍ଟନ ପ୍ରକ୍ରିୟା ଶୁଭାରମ୍ଭ କରିଥିଲେ। ଏଥିରେ ସମ୍ମାନୀତ ଅତିଥି ଭାବେ ଭେଡେନ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥ ପାଣିଗ୍ରାହୀ, ଭେଡେନ ବ୍ଲକ ଅଧ୍ୟକ୍ଷ ଡ଼ୋଲାମଣୀ କ୍ଷେତି, ଉପାଧ୍ୟକ୍ଷା ସୁପ୍ରଭା ପଧାନ, ଜିଲ୍ଲା ପରିଷଦ ସଭ୍ଯ ସୁବାସ ହୋତା, ପୁର୍ବତନ ଜିଲ୍ଲା ସଭ୍ୟ ରଞ୍ଜିତ କୁମାର ଭୋଇ, ଭେଡେନ ବ୍ଲକ ବିଜେଡି ସଭାପତି ବେହେରା, ଏକାଦଶୀଆ ହଟେଇ ଉପସ୍ଥିତ ଥିଲେ। ରେମଣ୍ଡା ପଞ୍ଚାୟତ ର ହଜାର ହଜାର ସଂଖ୍ୟାରେ ମହିଳା ପୁରୁଷ , ଗ୍ରାମବାସୀ ଓ ବିଜେଡି କର୍ମୀ ମାନେ ଯୋଗଦାନ କରିଥିଲେ।

     ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୫/୧୧/୨୦୨୧ ----୧୧,୨୦ 
      Sakhigopal News,25/11/2021

    Blog Archive

    Popular Posts