Breaking News

ପୁରୀ ଜିଲ୍ଲା ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା

Chief Minister announces black aid for farmers in Puri district
ପୁରୀ ଜିଲ୍ଲାର ୧,୬୫,୧୩୧ ଚାଷୀ ପାଇବେ 33କୋଟି ଟଙ୍କା ର ସହାୟତା ।୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ  33.03କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ  ଜମା କରାଯିବ । ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର  କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା ।ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି ।  ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ  ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । 
ଚାଷମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ  ହୋଇ ପାରିଛି ବୋଲି ଅନେକେ ଚାଷୀ ମାନେ ସେମାନଙ୍କ ମତ ପ୍ରକାଶ କରିଛନ୍ତି । Chief Minister announces black aid for Puri district farmers.
ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୩/୧୧/୨୦୨୧---୧୦,୪୦    Sakhigopal News,3/11/2021

Blog Archive

Popular Posts