ସଂସ୍କୃତ ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା
Farewell greetings to Sanskrit teachers
ସାକ୍ଷୀଗୋପାଳ--- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ କେତକୀପାଟଣା ନୋଡାଲ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଗୁରୁବାର ଦିଆଯାଇଛି । ଶ୍ରୀ ତ୍ରିପାଠୀ ଦୁଇ ବର୍ଷ ଧରି ଏହି ବିଦ୍ୟାଳୟରେ ସଂସ୍କୃତ ଶିକ୍ଷକ ଭାବେ କାର୍ଯ୍ୟକରି ଆସୁଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ବିଦାୟୀ ଶିକ୍ଷକଙ୍କୁ ଉତ୍ତରୀୟ ଓ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ । ତାଙ୍କ ସ୍ଥାନରେ ରୁମଝୁମ ମହାନ୍ତି ନୂତନ ସଂସ୍କୃତ ଶିକ୍ଷକ ଭାବେ ଯୋଗଦାନ କରିଥିବା ଜଣାପଡିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୩/୧୨/୨୦୨୧----୭.୩୦ Sakhigopal News, 23/12/2021