ବିଦ୍ୟୁତ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ଚାରି ବଖରା ଘର ପୋଡିଗଲା
A fire broke out in an electrical short circuit, burning four homes
ସାକ୍ଷୀଗୋପାଳ----- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତର ବାଟୁଳିପଡା ଗ୍ରାମରେ ଗୁରୁବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଚାରିଗୋଟି ପରିବାରର ଚାରି ବଖରା ଘର ପୋଡି ଯାଇଛି । ଅଲେଖ ପ୍ରଧାନ, ମନରଞ୍ଜନ ପ୍ରଧାନ,ଜମ୍ବେଶ୍ୱର ପ୍ରଧାନ ଓ କନକ ପ୍ରଧାନଙ୍କର ଗୋଟିଏ ଗୋଟିଏ ବଖରା ଘର ପୋଡିଯାଇଛି । ଅଗ୍ନିକାଣ୍ଡର କାରଣ ସଠିକ ଜଣାପଡିନଥିଲେ ମଧ୍ୟ ବିଦ୍ୟୁତ ସର୍ଟସର୍କିଟରୁ ହୋଇଥିବା ଅନୁମାନ କରାଯାଉଛି । ଖବର ପାଇ ସତ୍ୟବାଦୀ ଅଗ୍ନିଶମ ବିଭାଗ ଅଧିକାରୀ ମନୋଜ କୁମାର ପାତ୍ରଙ୍କ ଟିମ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ରାଜସ୍ୱ ନୀରିକ୍ଷକ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ କ୍ଷୟକ୍ଷତିର ଆକଳନ କରିଥିବା ଜଣାପଡିଛି । ସେହିପରି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ସତ୍ୟବାଦୀ ବ୍ଳକ ଅଧ୍ୟକ୍ଷା ସସ୍ମିତା ପରିଡା ଓଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ଦେବାଶିଷ ରାୟ ଓ ଶଙ୍କର ପ୍ରଧାନ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ଚୁଡା, ଚିନି, ବିସ୍କୁଟ, ମହମବତୀ, ମଶାରୀ =ଆଦି ଯୋଗାଇ ଦେବା ସହ ଅଗ୍ନିବିପନ୍ନ ପରିବାରଙ୍କୁ ସମବେଦନା ଜଣାଇଥିବା ଜଣାପଡିଛି ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତିଙ୍କ ରିର୍ପୋଟ, ୨/୧୨/୨୦୨୧---୮,୨୦
Sakhigopal News, 2/12/2021