Breaking News

ବରକେରାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସ ପାଳିତ

 Utkalmani Pandit Gopbandhu Das's death anniversary is celebrated in Barkera.
ଡେଲାଙ୍ଗ ----ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ 94ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି।ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା। ପରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଧୂପ ଦୀପ ଅର୍ପଣ କରାଯାଇଥିଲା। ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନ ଅନୁଷ୍ଠିତ ତିରୋଧାନ ଦିବସ ସଭାରେ ସଭାପତିତ୍ବ କରିଥିଲେ ।  ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ପ୍ରଦିପ କୁମାର ସେଠୀ, ଶିକ୍ଷୟିତ୍ରୀ ମଞୁଲତା ପ୍ରଧାନ, ଶିକ୍ଷକ ବିରଞ୍ଚିନାରାୟଣ ବରାଳ,ସୁଧିର କୁମାର ଜେନା, ପୁରୁଷୋତ୍ତମ ନାୟକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ପବିତ୍ର ମୋହନ ପରିଡା ଓ କମିଟିର ସଦସ୍ୟମାନେ ଉପସ୍ଥିତ ରହି ଗୋପବନ୍ଧୁଙ୍କ ଗୁଣାବଳୀ  ସମ୍ପର୍କରେ ଆଲୋଚନା କରିଥିଲେ । ଛାତ୍ର ଛାତ୍ରୀ ମାନେ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ବକ୍ତାମାନେ ମତବ୍ୟକ୍ତ କରିଥିଲେ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଭାରତରତ୍ନ ଦେବାପାଇଁ ଭାରତ ସରକାରଙ୍କୁ ଅନୁରୋଧ କରାଯାଇଛି। ସର୍ବ ଶେଷର ବିରଞ୍ଚିନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସ୍ମାରକି ଅବସରରେ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କରାଯାଇଥିଲା। ।
ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୯/୬/୨୦୨୨----- ୧୦/୨୦  Sakhigopal News,29/6/2022

Blog Archive

Popular Posts