Breaking News

ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣୀ

 Complaints are being heard in the sub-district commissioner's conference room

ଭଞ୍ଜନଗର ---ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ପାଇଁ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ  ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର   ଉପଜିଲ୍ଲପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଉପସ୍ଥିତ ରହି ସର୍ବ ପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମ୍ମୁଦ।ୟ 13 ଟି ଅଭିଯୋଗ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗମାନଙ୍କ ନିକଟରୁ 2 ଟି ଅଭିଯୋଗ ପତ୍ର ଆସିଥିଲା ବେଳେ 11 ଟି ସାଧାରଣ ଅଭିଯୋଗ ଆସିଥିଲା । ଏହି ଅଭିଯୋଗ ଶୁଣାଣି ସମୟରେ ବିଡ଼ିଓ ଶ୍ରୀ ଅନିଲ କୁମାର ସେଠି,  ଏଷ୍ଟାବ୍ଳିଶମେଣ୍ଟ ଅଫିସର- ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଲୋକସମ୍ପର୍କ ଅଧିକାରୀ- ଗୌରୀ ଶଙ୍କର ଶତପଥି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ  ଭଞ୍ଜନଗର ଉପଜିଲ୍ଲାପାଳଙ୍କ ଅଫିସ ର କର୍ମଚାରୀ ସୁରଭି ପ୍ରଧାନ, ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୬/୬/୨୦୨୨----- ୮,୫୦  Sakhigopal News,6/6/2022

Blog Archive

Popular Posts