ଓଡ଼ଗାଁ ରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଓଡଗାଁ:- ଓଡ଼ଗାଁ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡ଼ୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ୧୦୫ ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୯୨ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ ଗୋଟିର ଶୁଣାଣି କରାଯାଇ ସମୁଦାୟ ୩୮ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୪ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୫୩,୦୦୦/- ଏବଂ ଜିଲ୍ଲା ରେଡକ୍ରସରୁ ୦୧ ଜଣ ଦରଖାସ୍ତକାରୀଙ୍କୁ ଟ.୧୫,୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରା ଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ବିଜୟିତା ସାମନ୍ତ ସିଂହାର , ନିର୍ବାହୀ ଅଧିକାରୀ, ବିଜ୍ଞାପିତ ଅଂଚଳ ପରିଷଦ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।
ରିପୋର୍ଟ:- ଦିଲ୍ଲୀପ୍ କୁମାର ବିଶୋଇ, ଓଡ଼ଗାଁ
ତା:- ୨୧/୬/୨୨---୯,୪୦ Sakhigopal News,21/6/2022