Breaking News

କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତରେ ଆସି ଖୋର୍ଦ୍ଧା ରୋଡ଼ ଷ୍ଟେସନର ଶୁଭଉଦଘାଟିତ

Union Minister Ashwini Vaishnav visits Odisha and inaugurates Khordha Road station.

ଜଟଣୀ--- ମାନ୍ୟବର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତରେ ଆସି  ଖୋର୍ଦ୍ଧା ରୋଡ-ବାଲାଙ୍ଗୀର ପ୍ରକଳ୍ପ ଯାଞ୍ଚ କରିବା ସହ  ନୂଆଗାଁ ରୋଡ ଷ୍ଟେସନରେ ମହିପୁର-ନୂଆଗାଁ ରୋଡ ରେଳ ସେକ୍ସନ ର ଶୁଭାରମ୍ଭ କରିବାସହ  ମହିପୁର ଷ୍ଟେସନ ଠାରୁ ସେ 08429/08430 ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ପାସେଞ୍ଜର ସ୍ପେସିଆଲ ଟ୍ରେନକୁ ନୂଆଗାଁ ରୋଡ ଷ୍ଟେସନ ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ଶୁଭାରମ୍ଭ, ବୋଲଗଡ ପାସେଞ୍ଜର ହଲଟ ଠାରେ ସେବା ଏକ୍ସପ୍ରେସର ରହଣୀକୁ ଏବଂ ନୂଆଗାଁ ରୋଡ ଠାରୁ ପୁରୀ ପର୍ଯ୍ୟନ୍ତ ନୂତନ ଟ୍ରେନ ଚଳାଚଳର ଘୋଷଣା କରିଥିଲେ ମନ୍ତ୍ରୀ ।
ସନ୍ଧ୍ୟାରେ ମନ୍ଶ୍ରୀ ବୈଷ୍ଣବ ଖୋର୍ଦ୍ଧା ରୋଡ ଷ୍ଟେସନ ଠାରେ ନୂତନ ଷ୍ଟେସନ ବିଲଡିଂର ଉଦଘାଟନ  କରିବା ସହିତ ଭୁବନେଶ୍ୱର-ନୂଆଦିଲ୍ଲୀ ଦୁରନ୍ତ ଏକ୍ସପ୍ରେସର LHB କୋଚ୍ ସହିତ ଚଳାଚଳକୁ ଶୁଭାରମ୍ଭ କରିଛନ୍ତି । ଏହା ବ୍ୟତୀତ ଖୋର୍ଦ୍ଧା ରୋଡ ଷ୍ଟେସନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରେଳମନ୍ତ୍ରୀ ପଟିଆ ଏବଂ ବାଣୀ ବିହାର ପାସେଞ୍ଜର ହଲଟର ନୂତନ ବିଲ୍ଡିଂର ଉଦଘାଟନ କରିଥିଲେ । ମାନ୍ୟବର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଖୋର୍ଦ୍ଧା ରୋଡ ଷ୍ଟେସନ ଠାରେ ଏହି ଅବସରରେ ଯୋଗଦାନ କଲେ ।  ମାନ୍ୟବର ସାଂସଦ (ଲୋକସଭା) ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ, ମାନ୍ୟବର ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ ଏବଂ ଶ୍ରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ନୂଆଗାଁ ରୋଡ ଷ୍ଟେସନ ଠାରେ ଏବଂ  ମାନ୍ୟବର ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଏବଂ ସୁଶାନ୍ତ କୁମାର ରାଉତ ପ୍ରମୁଖ ଖୋର୍ଦ୍ଧା ରୋଡ ଷ୍ଟେସନ ଠାରେ ଏହି ଅବସରରେ ଯୋଗଦାନ କରି  ଏହି ଉତ୍ସବକୁ ଅନୁଗ୍ରହ ପ୍ରଦାନ କଲେ । ଶ୍ରୀ ବୈଷ୍ଣବ ମଧ୍ୟ ପୁରୀ ଷ୍ଟେସନ ଠାରେ ଯାତ୍ରୀମାନଙ୍କ ସୁବିଧା ନୀରିକ୍ଷଣ କରିବା ସହିତ ରଥ ଯାତ୍ରା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ସୁବିଧା ଗୁଡିକର ଶୁଭାରମ୍ଭ କଲେ । ଏହି ସୁବିଧା ଗୁଡିକ ମଧ୍ୟରେ ତୀର୍ଥଯାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍, ପନ୍ଦର ହଜାର ତୀର୍ଥଯାତ୍ରୀଙ୍କ ପାଇଁ ଆଚ୍ଛାଦିତ ଆଶ୍ରୟସ୍ଥଳ, ଏକଜୁକେଟିଭ ଲାଉଞ୍ଜ, ମୋବାଇଲ୍ ଟିକେଟ୍ ସୁବିଧା, ବରିଷ୍ଠ ନାଗରିକ (ବୃଦ୍ଧ) / ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ବ୍ୟାଟେରୀ ଚାଳିତ ଗାଡି ସୁବିଧା, ଫୁଡ କୋର୍ଟ ଏବଂ ନିରାଶ୍ରୟ ଲୋକଙ୍କ ପାଇଁ ମାଗଣା ଖାଦ୍ୟ ବ୍ୟବସ୍ଥା କରାଯାଇଛି।
ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୧/୭/୨୦୨୨ -----୬,୩୦  Sakhigopal News,1/7/2022 

Blog Archive

Popular Posts