ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ ବିଭୁତିବାଟିକାରେ ବୃକ୍ଷ ରୋପଣ
Tree planting in Bibhutibatika on the occasion of the 25th anniversary of the Biju Janata Dal
ସାକ୍ଷୀଗୋପାଳ----- ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ ବିଜୁ ଯୁବ ଜନତା ଦଳ ତରଫରୁ ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ବଳପୁର ଗ୍ରାମ ପଞ୍ଚାୟତର ବିଭୁତିବାଟିକା ପରିସରରେ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ , ପୁରୀ ବିଜୁ ଯୁବ ଜନତା ଦଳର ସଭାପତି ନାରାୟଣ ସ୍ୱାଇଁ , ବ୍ଳକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା, ଉପାଧ୍ୟକ୍ଷା ନିବେଦିତା ପଣ୍ଡା, ବ୍ଳକ ବିଜେଡି ସଭାପତି ପ୍ରମୋଦ ରାଉତରାୟ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଜୁକର୍ମୀ ସୁବାଷ ପ୍ରଧାନ, ପୁର୍ବତନ ଶୁକଳ ପଞ୍ଚାୟତର ସମିତିସଭ୍ୟ ଜଳନ୍ଦର ସେଠୀ, ନରେନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ପ୍ରଶାନ୍ତ ମହାପାତ୍ରଙ୍କ ସହିତ ବହୁ ବିଜେଡି କର୍ମୀ ମାନେ ଉପସ୍ଥିତ ରହିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୭/୭/୨୦୨୨----୮,୦୦
Sakhigopal News, 17/7/2022