Breaking News

ଡେଲାଙ୍ଗ ରୁ 153ଗ୍ରାମ ଧଳା ଜହର ଜବତ, ଜଣେ ଗିରଫ

 
ଡେଲାଙ୍ଗ ---ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ  ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡ଼ର ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ଡେଲାଙ୍ଗ ଥାନା ଅଧୀନ ବେରାବୋଇରେ ଚଢ଼ାଉକରି ରାଜକିଶୋର ବେହେରା-32 ବର୍ଷଙ୍କୁ ଗିରଫ କରି ତାଙ୍କ ଠାରୁ 153 ଗ୍ରାମ ବ୍ରାଉନ ସୁଗାର (ହେରୋଇନ ) ଜବତ କରିଛନ୍ତି ।  ଜିଲ୍ଲା ମୋବାଇଲ ସ୍କ୍ୱାଡ଼ କେସ ନଂ -47/22-23 ରୁଜୁ କରି କୋର୍ଟ ଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ପୁରୀ କାରଗାରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ 15,30,000/-ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଜଣାପଡିଛି । ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ଶ୍ରୀ ଶୀଧେଶ୍ବର ମଲ୍ଲିକ, ASI ଶ୍ରୀ ସୁବାଷ ଚନ୍ଦ୍ର ମହାପାତ୍ର,ଗୀତାଞ୍ଜଳି ବେହେରା, ଏବଂ କର୍ମଚାରୀ ଶ୍ରୀ ପ୍ରଦୀପ୍ତ ପଣ୍ଡା, ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ। ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୪/୯/୨୦୨୨---୯,୧୦    Sakhigopal News,24/9/2022

Blog Archive

Popular Posts