ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି
ଭଞ୍ଜନଗର---ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ଜନ ସାଧାରଣ ମାନଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ 19ଟି ଅଭିଯୋଗ ପତ୍ର ଉପଜିଲ୍ଲାପାଳ ଶ୍ରୀ ରାୟ ଗ୍ରହଣ କରିଥିଲେ । ସାଧାରଣ ଅଭିଯୋଗ(ବ୍ୟକ୍ତିଗତ ସମସ୍ୟା) 18ଟି ପତ୍ର ଏବଂ ଗ୍ରାମ ସମସ୍ୟା ଉପରେ ଗୋଟିଏ ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ସୁନନ୍ଦ ଶେଖର ସାହାଣୀ,ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ଅସିତ ମହାନ୍ତି, ଭଞ୍ଜନଗର ଉପଖଣ୍ଡ ଚିକିତ୍ସ୍ୟାଳୟର ଡାକ୍ତର ଶ୍ରୀ ଅନିଲ କୁମାର ଚୌଧୁରୀ, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ, ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଶ୍ରୀ ଅନିଲ କୁମାର ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର , Ast. Engineer P. W. D ଗୋପାଳ ଚନ୍ଦ୍ର ବେହେରା ସ୍ୱଳ୍ପ ସଂଚୟ ଅଧିକାରୀ ସନ୍ତୋଷ କୁମାର ରଥ ସମେତ ସମସ୍ତ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ ।ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳ ଅଫିସର କର୍ମଚାରୀ ସୁରଭି ପ୍ରଧାନ,ଭାରତୀ ବିଶୋଇ,ଵିଵେକା ନନ୍ଦ ମିଶ୍ର, ପ୍ରଭୃତି ସହଯୋଗ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୨/୯/୨୦୨୨---୭,୪୫ Sakhigopal News,12/9/2022