Breaking News

ବରକେରା ବିଦ୍ୟାଳୟରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଜନ୍ମ ଜୟନ୍ତୀ ପାଳିତ

   
   ଡେଲାଙ୍ଗ ---- ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ଅତିଥି ମାନେ ମାଲ୍ୟାର୍ପଣ କରିଥିଲେ। ପରେ ବିଦ୍ୟାଳୟ ଗୃହରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଜନ୍ମ ଜୟନ୍ତୀ ଉପଲକ୍ଷେ ଏକ ସଭାର ଆୟୋଜନ କରାଯାଇଥିଲା। ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଫଟୋଚିତ୍ରରେ  ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଉକ୍ତ ସଭାରେ ସଭାପତିତ୍ବ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ପ୍ରଦିପ କୁମାର ସେଠୀ। ଅନ୍ୟ ମାନଙ୍କ ମଧ୍ୟରେ  ଶିକ୍ଷକ ମିଟୁ କିଶୋର ପ୍ରଧାନ, ବିରଞ୍ଚି ନାରାୟଣ ବରାଳ, ସୁଧୀର କୁମାର ଜେନା, ପୁରୁଷୋତ୍ତମ ନାୟକ, ଶିକ୍ଷୟିତ୍ରୀ ମଞୁଲତା ପ୍ରଧାନ, ବିଦ୍ୟାଳୟର ପରିଚାଳନା କମିଟିର ସଭାପତି  ପବିତ୍ର ମୋହନ ପରିଡା ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହିଥିଲେ। ଛାତ୍ର ଛାତ୍ରୀମାନେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।ପରେ ବକ୍ତାମାନେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୀବନି ଉପରେ ଆଲୋକପାତ କରିଥିଲେ। ଛାତ୍ର ଛାତ୍ରୀମାନେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦିଆ ଯାଇଥିଲା।ସର୍ବ ଶେଷରେ ବିରଞ୍ଚିନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ।ସ୍ମାରକୀ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କରାଯାଇଥିଲା। ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୬/୧୦/୨୦୨୨----୮,୪୦ Sakhigopal News,26/10/2022

Blog Archive

Popular Posts