Breaking News

ମର୍ହାପାଲି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯକ୍ରମ

 
ବରଗଡ଼--- ବରଗଡ ଜିଲ୍ଲା ଭେଡେନ ବ୍ଲକ ଅରଞ୍ଜୁଡା ପଞ୍ଚାୟତର ମର୍ହାପାଲି ପ୍ରାଥମିକ ବିଦ୍ୟାଳୟ ପରିସରରେ ମର୍ହାପାଲି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଚିତ୍ରାଙ୍କନ, କୁଇଜ୍, ତର୍କ, ପ୍ରବନ୍ଧ, ନୃତ୍ୟ, ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ସଭାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ଭୋଇ ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ଓ ସମ୍ମାନୀତ ଅତିଥି ଭାବେ ଅରଞ୍ଜୁଡା ସରପଞ୍ଚଙ୍କ ପ୍ରତିନିଧି ଅକ୍ଷୟ କୁମାର ଦୀପ,ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁନୀଲ ଭିତରିଆ, ସିଆରସିସି ସୂର୍ଯ୍ୟ ଚନ୍ଦ୍ର ପଟେଲ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ କ୍ଲଷ୍ଟର ସ୍ତରୀୟ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ରହି  କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଶେଷରେ ନିଲାମ୍ବର ଧାରୁଆ ଧନ୍ୟବାଦ ଅର୍ପଣ କରିଥିଲେ। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୨/୧୦/୨୦୨୨------୯,୫୫ Sakhigopal News,22/10/2022

Blog Archive

Popular Posts