ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣୀ
ଭଞ୍ଜନଗର--ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ଜନ ସାଧାରଣ ମାନଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମୁଦାୟ 15ଟି ପତ୍ର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଗ୍ରହଣ କରିଥିଲେ । ସମୁଦାୟ 15ଟି ଯାକ ସାଧାରଣ ଅଭିଯୋଗ ମଧ୍ୟରୁ 14ଗୋଟି ବ୍ୟକ୍ତିଗତ ସମସ୍ୟା ଉପରେ ଆଧାରିତ, ଏବଂ 1ଗୋଟି ଭିନ୍ନ କ୍ଷମ ସମସ୍ୟା ଉପରେ ଆଧାରିତ ଥିଲା । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ସୁନନ୍ଦ ଶେଖର ସାହାଣୀ,ଅଞ୍ଜଳୀ ମାଝୀ ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ଅସିତ ମହାନ୍ତି, ଭଞ୍ଜନଗର ଉପଖଣ୍ଡ ଚିକିତ୍ସ୍ୟାଳୟର ଡାକ୍ତର ଶ୍ରୀ ଅନିଲ କୁମାର ଚୌଧୁରୀ, S.D.O ବିଦ୍ୟୁତ ବିଭାଗ ଭଞ୍ଜନଗର ମନୋଜ କୁମାର ସାହୁ , ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର ଓ଼ ଉପଖଣ୍ଡ ସୂଚନା ଓ଼ ଲୋକସମ୍ପର୍କ ଅଧିକାରୀ ଗୌରୀଶଙ୍କର ଶତପଥୀ ADWO ଅମୀୟ କୁମାର ମିଶ୍ର ସମେତ ସମସ୍ତ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ ।ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳ ଅଫିସର କର୍ମଚାରୀ ସୁରଭି ପ୍ରଧାନ, ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୮/୧୧/୨୦୨୨---୭,୧୦ Sakhigopal News,28/11/2022