ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ବରଗଡ଼--- ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ର ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟଠାରେ ୨୦୨୨ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ଯ ଲତାଗିରୀ ନଈ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥି ଭାବେ ସଂକ୍ରିଡା ସମିତି ସଭ୍ୟ, ସଂକ୍ରିଡା ପେକ୍ସ ର ସଭାପତି ସୁବ୍ରତ ଚାନ୍ଦ ଓ ବିଦ୍ୟାଳୟ ର ସମ୍ପାଦକ ଫଗନୁ ଯୁଆଡି ମିଳିତ ଭାବେ ଉତ୍ସବ କୁ ଉଦଘାଟନ କରିଥିଲେ। ଅତିଥି ମାନେ କ୍ରୀଡା ର ବିଶେଷ ବିଶେଷତ୍ଵ ଓ ଉପକାରିତା ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ। ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ଉତ୍ସବ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧୭/୧୨/୨୦୨୨---୪,୧୦ Sakhigopal News,17/12/2022