ଆଶାକର୍ମୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ଭଞ୍ଜନଗର--ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଆଶାକର୍ମୀ ସଂଘ ପକ୍ଷରୁ ଗାଲେରୀ ମେଡ଼ିକାଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏସଂର୍ପକରେ ସଂଘ ପକ୍ଷରୁ ଏକ ଦାବିପତ୍ର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୭ ଦଫା ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ନେଇ ବ୍ଲକ ଆଶାକର୍ମୀ ସଂଘ ପକ୍ଷରୁ କୁହାଯାଇଛି। ଭଞ୍ଜନଗର ବ୍ଲକ ଓ ଏନ୍ଏସିର ଶତାଧିକ ଆଶାକର୍ମୀ ଗାଲେରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, ମାସିକ ୧୮ ହଜାର ଟଙ୍କା ଦରମା, ପେନ୍ସନ୍ ୫ ହଜାର ଟଙ୍କା, ଅବସରକାଳୀନ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ, କାର୍ଯ୍ୟରତ ସମୟରେ ମୃତ୍ୟୁବରଣ କଲେ ୫ଲକ୍ଷ ଟଙ୍କା ସହାୟତା ଓ ସ୍ଥାୟୀ ନିଯୁକ୍ତି ଆଦି ଦାବି କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଗଣଧାରଣା ଦିଆଯିବ ବୋଲି ସଂଘ ପକ୍ଷରୁ ସୂଚନା ମିଳିଛି।