Breaking News

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଡ୍ରାଇଭର ମୃତ



ବାଲିଗୁଡ଼ା : ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ଘଟଣାସ୍ଥଳରେ ଟ୍ରାକ୍ଟର ଡ଼୍ରାଇଭରଙ୍କର ମୃତ ହୋଇଥିବା ସୂଚନା ମିଳିଛି। ମୃତକ ବାଲିଗୁଡ଼ା ଥାନା ଡେଲାରପଦର ଗ୍ରାମର ହେମନ୍ତ ମଲ୍ଲିକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ କାମ ସାରିବା ପରେ ଟ୍ରାକ୍ଟର ଡ୍ରାଇଭର ଶ୍ରମିକଙ୍କୁ ସେମାନଙ୍କ ଗାଁ କୁ ଛାଡ଼ିବାକୁ ଯାଇ ଫେରୁଥିବା ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କଟ୍ରିକିଆ ଗାଁ ନିକଟସ୍ଥ କସୁବାଲି ଘାଟିରେ ଗତକାଲି ରାତିରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଫଳରେ ଟ୍ରାକ୍ଟର ତଳେ ଚାପିହୋଇ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଆଜି ବାଲିଗୁଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇବାସହ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୧୬/୧/୨୦୨୩----୯,୧୫ Sakhigopal News,16/1/2023

Blog Archive

Popular Posts