ବରକେରାରେ ବିଶ୍ଵ ଆର୍ଦ୍ରଭୂମି ଦିବସ ପାଳିତ
ଡେଲାଙ୍ଗ--- ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ଆର୍ଦ୍ରଭୂମି ଦିବସ ପାଳିତ ହୋଇଯାଇଛି।ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା।ପରେ ପରେ ଏକ ସଭାର ଆୟୋଜନ କରାଯାଇଥିଲା। ଉକ୍ତ ସଭାରେ ସଭାପତିତ୍ବ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ। ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ସହିତ ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ତଥା ପରିବେଶ କର୍ମି ମିଟୁ କିଶୋର ପ୍ରଧାନ, ଶିକ୍ଷକ ବିରଞ୍ଚିନାରାୟଣ ବରାଳ, ସୁଧୀର କୁମାର ଜେନା, ପୂରୁଷୋତ୍ତମ ନାୟକ ଓ ବିଦ୍ୟାଳୟର ପରିଚାଳନା କମିଟିର ଚେୟାରମ୍ୟାନ ଶ୍ରୀ ପବିତ୍ର ମୋହନ ପରିଡା ପ୍ରମୁଖ ଯୋଗଦେଇଥିଲେ।ମାନବ ସମାଜ, ଉଦ୍ଭିଦ ଜଗତ ଓ ପ୍ରାଣୀ ଜଗତ ପାଇଁ ଆର୍ଦ୍ରଭୂମିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳବାୟୁରେ ପରିବର୍ତ୍ତନ ଦ୍ଵାରା ଆର୍ଦ୍ରଭୂମି ଜୈବ ବିବିଧତା ହରାଇବା ସହିତ ପୃଥିବୀରେ ଅନେକ ସମସ୍ୟା ଦେଖାଯାଇଛି ବୋଲି ସଭାରେ ମତ ପ୍ରକାଶ ପାଇଥିଲା । ଆଜିର ଦିବସରେ ଏହାର ସୁରକ୍ଷାପାଇଁ ସମସ୍ତେ ଆଗେଇ ଆସିବାକୁ ବକ୍ତାମାନେ ଆହ୍ବାନ ଦେଇଥିଲେ।ସର୍ବ ଶେଷରେ ବିରଞ୍ଚିନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ। ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨/୨/୨୦୨୩----୮,୩୫ Sakhigopal News,2/2/2023



