Breaking News

ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର


 

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନଥିବା ବେଳେ ଗତକାଲି ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ତାଙ୍କ ଘର ତାଲା ଭାଙ୍ଗି ଘରେ ପଶି  ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ଚାରି ଲକ୍ଷ ଟଙ୍କା ମୁଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି । ସକାଳେ ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖିବ ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିଲା । ଘଟଣାର ସପ୍ତାହେ ନପୁରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣକୁ ଗିରଫ କରିଥିବା ବେଳେ ଗତକାଲି ସେହି ଗ୍ୟାଙ୍ଗର ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ୍ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି । ସମସ୍ତ ଘଟଣାକୁ ନେଇ ଗ୍ୟାଙ୍ଗ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ୍ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ୍ ହୋଇଯାଇଛି। କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୧/୩/୨୦୨୩----୮,୩୦ Sakhigopal News,1/3/2023

Blog Archive

Popular Posts