Breaking News

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ




ଭଞ୍ଜନଗର----ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ  ଶ୍ରୀ ଜଗମୋହନ ମୀନା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 251ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ।   ବ୍ୟକ୍ତିଗତ ଅଭିଯୋଗ 236ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 15 ଟି ଥିଲା,ଜିଲ୍ଲାପାଳ ତ୍ୱରିତ 13ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ   12 ଜଣଙ୍କୁ (ଭିନ୍ନକ୍ଷମ ଏବଂ ବାର୍ଦ୍ଧକ୍ୟ )ଭତ୍ତା ପ୍ରଦାନ କରିଥିଲେ ।  ଏହା ସହିତ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ସହାୟତା  ପାଣ୍ଠିରୁ ରୁ ଜଣକୁ 3000ଟଙ୍କା ପ୍ରଦାନ କରିଥିଲେ । ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ,ଭଞ୍ଜନଗର ଉପଜିଲ୍ଲାପାଳ  ଜ୍ୟୋତିଶଙ୍କର ରାୟ,ଭଞ୍ଜନଗର ଅତରିକ୍ତ ଆରକ୍ଷୀ ଅଧିକ୍ଷିକ ପ୍ରଫୁଲ କୁମାର ବଡ଼ଜେନା, ଏସ.ଡ଼ି.ପି.ଓ. ଶ୍ରୀ ବିଶ୍ୱାମିତ୍ର ହରପାଲ ,  ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ,  ଭଂଜନଗର  ବି.ଡ଼ି ଓ.ଶଶିଭୂଷଣ ମହାପାତ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ  କଲ୍ୟାଣୀ ଦାଶ,ଭଞ୍ଜନଗର ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର  ମହାପାତ୍ର ,ଭଂଜନଗର ତହସିଲଦାର ଅଚ୍ୟୁତା ନନ୍ଦ ଯାନୀ,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା  ଅଧିକାରୀ ଶ୍ରୀ ଶବର, ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଶ୍ରୀ ଅନିଲ କୁମାର ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା  ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ  ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୭/୭/୨୦୨୩----୭,୩୫ Sakhigopal News,17/7/2023

Blog Archive

Popular Posts