ବିଶିଷ୍ଟ ଶିକ୍ଷାବିତ ତଥା ସମାଜ ସଂସ୍କାରକ ସ୍ବର୍ଗତ ଭଗବାନ ମିଶ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ବରଗଡ଼ ---ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ ନିକଟରେ ଭଗବାନ ମିଶ୍ର ସ୍ମୁତି ସମିତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ତଥା ଜିଲା ଯୋଜନାବର୍ଡ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ । ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା ଓ ତହସିଦାର ପ୍ରଶାନ୍ତ ମହାପାତ୍ର ଅତିଥି ଭାବେ ଯୋଗ ଦେଇ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଉଦବୋଧନ ଦେଇଥିଲେ l ଅନ୍ୟମାନଙ୍କ ମଧ୍ୟରେ ଟି. ଏଫ. ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ. ସରୋଜ ବେହେରା, ପ୍ରଶାନ୍ତ କୁମାର ପଣ୍ଡା ସୁରେନ୍ଦ୍ର ପଣ୍ଡା, ଶଙ୍କର ବଲ୍ଲଭ ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସ୍ୱର୍ଗତ ମିଶ୍ରଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିବା ସହିତ ତାଙ୍କ ସ୍ମୁତିପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ସ୍ମୁତି ସମିତିର ସଭାପତି ପ୍ରୀତମ ସିଂ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉନ୍ମୋଚନ ସଭାରେ ସ୍ମୁତି ସମିତିର ଅଧ୍ୟକ୍ଷ ଅମରେନ୍ଦ୍ର ନାରାୟଣ ଯାଦବ, ସମ୍ପାଦକ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ, ଉପଦେଷ୍ଟା ସନ୍ତୋଷ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ l ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୬/୯/୨୦୨୩---୯,୫୦ Sakhigopal News,6/9/2023