Breaking News

ଡିଏଭି ପିଟି ଏସ୍ ଆର ପବ୍ଲିକ ସ୍କୁଲ ଭଞ୍ଜନଗରରେ ପବିତ୍ର ଗୁରୁଦିବସ ପାଳନ


ଭଞ୍ଜନଗର-- ଡି଼ଏଭି ପିଟି ଏସ୍ ଆର ପବ୍ଲିକ ସ୍କୁଲ ଭଞ୍ଜନଗରରେ ପବିତ୍ର ଗୁରୁଦିବସ ତଥା ଭାରତର ପୂର୍ବତନ ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ  ପାଳନ କରାଯାଇଛି। ବିଦ୍ୟାଳୟ ର ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ର ଛାତ୍ର ସଂସଦ ଦ୍ବାରା କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ରଛାତ୍ରୀମାନେ ଫୁଲ ଚନ୍ଦନ ଦେଇ ସ୍ବାଗତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବାସୁଦେବ ପାଣିଗ୍ରାହୀ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ପରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦଳଗତ ସଙ୍ଗୀତ ଓ ନୃତ୍ୟ ପରିବେଷଣ ଯାଇଥିଲା । ପ୍ରଧାନ ଶିକ୍ଷକ ଶ୍ରୀ ବାସୁଦେବ ପାଣିଗ୍ରାହୀ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ବିଷୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।  ଛାତ୍ରଛାତ୍ରୀ ମାନେ ନିଆରା ଢଙ୍ଗରେ ବିଭିନ୍ନ କ୍ରୀଡା ଓ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ କରି ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ମାନୀତ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ସସ୍ମିତା ପଟ୍ଟନାୟକ ଓ ଛାତ୍ରଛାତ୍ରୀ ଗୁରୁ ଦିବସ ଉପଲକ୍ଷେ ଭାଷଣ ଦେଇଥିଲେ। ପରିଶେଷରେ ଛାତ୍ରଛାତ୍ରୀ ମାନେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଆଶୀର୍ବାଦ କାମନା କରି କାର୍ଯ୍ୟକ୍ରମ ସମାପନ କରିଥିଲେ ।ଶିକ୍ଷକ ମହଲରେ ଏସବୁକୁ ସ୍ବାଗ କରାଯାଇଥିଲା । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୬/୯/୨୦୨୩----୯,୩୫ Sakhigopal News,6/9/2023

Blog Archive

Popular Posts