ସତ୍ୟବାଦୀ ରେ ସୁରଭି ଓ ଓଡ଼ିଶା ମିଲେଟସ ପ୍ରତିଯୋଗିତା ଅନୁଷ୍ଠିତ
ସେମାନଙ୍କ ମଧ୍ୟରେ ପ୍ରବନ୍ଧ ଲିଖନ,ବିତର୍କ, ଚିତ୍ରାଙ୍କନ,କୁଇଜ୍, ସୃଜନଶୀଳ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ଦଳଗତ ସାଂସ୍ଳୂତିକ କାର୍ଯ୍ଯକ୍ରମ ସହିତ ମଧ୍ୟାହ୍ନ ଭୋଜନ କାର୍ଯ୍ଯକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ନଭେମ୍ବର ପ୍ରଥମ ସପ୍ତାହରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିବେ ବୋଲି ବ୍ଳକ ଶିକ୍ଷା ଅଧିକାରୀ ଭବମ ପ୍ରଧାନ କହିଛନ୍ତି। ଉଦଯାପିତ ସଭାରେ ସତ୍ଯବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ସତ୍ଯବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କ ସହିତ ଅନ୍ୟ ଅତିଥି ମାନେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ସହ କପ ପ୍ରଦାନ କରିଥିଲେ। ଉଦଯାପିତ ସଭାରେ ଶିକ୍ଷା ଅଧିକାରୀଣି ଭବମ ପ୍ରଧାନ ସଭାପତିତ୍ବ କରିଥିଲାବେଳେ ସିଆରସିସି ସୁନୀଲ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ। ସମସ୍ତ ସିଆରସିସି ମାନଙ୍କ ସହିତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।