Breaking News

ସତ୍ୟବାଦୀରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଗାନ୍ଧୀ ଓ ଶାସ୍ତ୍ରୀଜୟନ୍ତି ପାଳିତ



ସାକ୍ଷୀଗୋପାଳ -----  ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତି ପାଳିତ ହୋଇଯାଇଛି । ପଥମେ ବିଦ୍ୟାଳୟ ପରିସରରେ ଥିବା ପୁଣାତ୍ମା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଚକ୍ରଧର ମାହରଣା ପୁଷ୍ପାମାଲ୍ୟ ଅର୍ପଣ କରିଥିଲେ । ପରେ ପରେ ଛାତ୍ର ଛାତ୍ରୀ ମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ପୂଜା କରିଥିଲେ । ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଗାରପ୍ରାପ୍ତ ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ ସଭାପତିତ୍ୱ କରିଥିଲେ । ଛାତ୍ର ଛାତ୍ରୀ ମାନେ ଗାନ୍ଧୀ ଓଶାସ୍ତ୍ରୀଙ୍କ ସମ୍ପର୍କରେ ନିଜ ନିଜର ମତ ରଖିଥଲେ ।  ଶିକ୍ଷୟତ୍ରୀ ଗିତାଞ୍ଜଳି ବେହେରା ଓ ତପସ୍ୱନିୀ ତ୍ରିପାଠୀ ଏହି ଦୁଇ ମହାପୁରଷଙ୍କ ଜୀବନ ଦର୍ଶନରେ ଅନୁପ୍ରାଣିତ ହୋଇ ପାରିଲେ ନିଶ୍ଚୟ ସୁଫଳ ମିଳିପାରିବ ବୋଲି ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ କହିଥିଲେ ।ଶିକ୍ଷୟତ୍ରୀ ବୈଜୟନ୍ତୀ ମିଶ୍ର ଧନ୍ୟବାଦ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ସେହିପରି ବିଭିନ୍ନ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତି ମହାସମାରୋହରେ ପାଳିତ ହୋଇଯାଇଛି ।

ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨/୧୦/୨୦୨୩----୭,୧୦   Sakhigopal News

Blog Archive

Popular Posts