Breaking News

ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ତ୍ରିଦିବସୀୟ ବାର୍ଷିକ ଉତ୍ସବ


ବରଗଡ଼ --- ବରଗଡ ଜିଲ୍ଲା ଥୁଆପାଲି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ତ୍ରିଦିବସୀୟ ବାର୍ଷିକୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ସଭାପତିତ୍ବ କରିଥିଲେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ ଅମିୟ କୁମାର ମେହେର। ଅନୁଷ୍ଠାନ ପକ୍ଷରୁ ପ୍ରଥମେ ଅତିଥି ମାନଙ୍କୁ ଫୁଲ ତୋଡା ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।  ମୁଖ୍ୟ ଅତିଥି ଭାବେ ଭେଡେନ ବ୍ଲକ ଜିଲ୍ଲା ପରିଷଦ ଜୋନ ୨ ସଭ୍ୟ ସତ୍ୟଜିତ ପୁରୋହିତ  କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବେ ସଂକ୍ରିଡା ସରପଞ୍ଚ ଜୟନ୍ତୀ ସେଠ, ସମିତି ସଭ୍ୟ ଚାଷୀଗିରି ନଈ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଲତାଗିରି ନଈ ଅତିଥି ପରିଚୟ ପ୍ରଦାନ ସହିତ କ୍ରୀଡା ଉଦ୍ଦେଶ୍ଯ, ଉପକାରିତା ସମ୍ପର୍କରେ ବିସ୍ତୃତ ଭାବରେ ବର୍ଣ୍ଣନା କରି ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇ ଥିଲେ ।କ୍ରୀଡା ଶିକ୍ଷକ ଆଚାର୍ଯ୍ୟ ଜଗତ ଭୁଏ ଖେଳକୁ ପରିଚାଳନା କରିଥିଲେ ଓ ବିଦ୍ୟାଳୟ ର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହଯୋଗ କରିଥିଲେ। ପରିଶେଷରେ ବିଦ୍ୟାଳୟ ର ପ୍ରତିଷ୍ଠାତା ସମ୍ପାଦକ ଫଗନୁ ଯୁଆଡି ଧନ୍ୟବାଦ ଅର୍ପଣ କରିଥିଲେ।
ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୪/୧୨/୨୦୨୩---୮,୪୫ Sakhigopal News,14/12/2023

Blog Archive

Popular Posts