ପଣ୍ଡିତ ଶ୍ରୀଧର ରଥଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳୀ
ଭଞ୍ଜନଗର- ଡିଏଭି ପିଟି ଏସ ଆର ପବ୍ଲିକ ସ୍କୁଲ ଭଞ୍ଜନଗର ପରିସରରେ ସମାଜ ସଂସ୍କାରକ ପଣ୍ଡିତ ଶ୍ରୀଧର ରଥଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ବାସୁଦେବ ପାଣିଗ୍ରାହୀଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ମହାନ ଦିବ୍ୟାତ୍ମା ପଣ୍ଡିତ ଶ୍ରୀଧର ରଥଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଶିକ୍ଷକ ଶ୍ରୀ ଚିତ୍ତରଞ୍ଜନ ଆଚାର୍ଯ୍ୟ ହବନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପଣ୍ଡିତ ଶ୍ରୀଧର ରଥ ,ଭଞ୍ଜ ମାଟିରେ ଡିଏଭି ଅନୁଷ୍ଠାନ ଗଢି ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ସୃଷ୍ଟି କରିଥିଲେ। ଏହି ଯୁଗଜନ୍ମା ପୁରୁଷଙ୍କ ମହାନ ଆତ୍ମାର ସଦଗତି କାମନା କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଶିକ୍ଷୟିତ୍ରୀ ମୀରା ରାଣୀ ପାଣିଗ୍ରାହୀ । ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୬/୧୨/୨୦୨୩----୯,୩୫ Sakhigopal News,26/12/2023