Breaking News

ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗାନ କରାଗଲା ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ




ଭଞ୍ଜନଗର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶ୍ରୀ ଅନିଲ କୁମାର ସେଠୀ , ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ୱରଞ୍ଜନ କର,ଭଞ୍ଜନଗର ତହସିଲଦାର ଶ୍ରୀ  ଉମାଶଙ୍କର ବେହେରା,ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଦିପ୍ତିମଣୀ ପ୍ରଧାନ,ସହକାରୀ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଏଷ୍ଟା ବ୍ଲିଶମେଣ୍ଟ ଅଫିସର ଶ୍ରୀ ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥି ଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କ ଦ୍ଵାରା ରାଜ୍ୟ ସଙ୍ଗୀତ 'ବନ୍ଦେ ଉତ୍କଳ ଜନନୀ ' ଗାନ କରାଯାଇଥିଲା l ଭଞ୍ଜନଗର ଉପଖଣ୍ଡ ର ସମସ୍ତ କାର୍ଯ୍ୟାଳୟ , ବିଦ୍ୟାଳୟ ଓ ମହାବିଦ୍ୟାଳୟ ରେ ମଧ୍ୟ ଏହି ସଙ୍ଗୀତ ଗାନ କରାଯାଇ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରତି ଓଡ଼ିଆ ଙ୍କ ମନରେ ଉତ୍ସାହ ଓ ଆନନ୍ଦ ସହ ଭାଷା ପ୍ରତି ପୁନଃ ଏକ ସଚେତନତା ଆସିଯାଇଛି l ଏହି ଓଡ଼ିଆ ଭାଷା ସମ୍ମିଳନୀ ବିଶ୍ଵର ସମସ୍ତ ଓଡ଼ିଆ ଙ୍କୁ ଉତ୍ତମ ପ୍ରଭାବ ପକାଇବା ସହ ଯୁବ ପୀଢ଼ି ଙ୍କୁ ଓଡ଼ିଆ ଭାଷା ସହିତ ଯୋଡ଼ିବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର ବୋଲି  ଉପସ୍ଥିତ ଥିବା ଅଧିକାରୀ ମାନେ ମତ ପ୍ରକାଶ କରିଥିଲେ l ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୪/୨/୨୦୨୪---୮,୨୫ Sakhigopal News,4/2/2024

Blog Archive

Popular Posts