୧୦୯ ଗ୍ରାମ ଧଳା ଜହର ଜବତ, ଜଣେ ଗିରଫ
ପୁରୀ ---ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ନିମାପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଟିମ ନିମାପଡ଼ା ଥାନା ଅଧୀନ ଓମଫଏଡ ଛକ ନିକଟ ସବୁ ରେଜିଷ୍ଟ୍ରାର ଙ୍କ କାର୍ଯ୍ୟାଳୟ ନିକଟରେ ଚଢ଼ାଉ କରିଥିଲେ । ସେଠାରୁ ରମେଶ ଚନ୍ଦ୍ର ରାଉତ, ବୟସ -୬୦ ବର୍ଷ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ପୋଲିସ। ତଦନ୍ତ ବେଳେ ତାଙ୍କ ନିକଟରୁ ୧୦୯ ଗ୍ରାମ ବ୍ରାଉନ ସୁଗାର (ହେରୋଇନ )ଜବତ କରାଯାଇଛି । ନିମାପଡା ଅବକାରୀ ଥାନା କେସ ନଂ :- ୧୨/୨୪-୨୫ ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ସେଠାରେ ଜାମିନ ନାମଞ୍ଜୁର ହେବାରୁ ନିମାପଡା ଉପ-କlରାଗIରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୧୦ ଲକ୍ଷ ୯୦ ହଜାର ଟଙ୍କାରୁ ଉର୍ଦ୍ଧ ହେବ ବୋଲି ପୋଲିସ କହିଛି ।ଏହି ଚଢ଼ାଉରେ ଅବକାରୀ ASI-ଶ୍ରୀ ଜିତେନ୍ଦ୍ର କୁମାର ବେହେରାଙ୍କ ସହିତ ତପନ କୁମାର ପ୍ରଧାନ, ଶେଖ୍ ୱାରିସ୍,ସ୍ୱାଗତିକା ଘଡେଇ, ଶରତ ଚନ୍ଦ୍ର ସାହୁ ପ୍ରମୁଖସାମିଲ ଥିଲେ । ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୪/୫/୨୦୨୪----୫,୨୫ Sakhigopal News,4/5/2024